୨୬ ତାରିଖରେ ସାବିତ୍ରୀ ଅମାବାସ୍ୟା ଛୁଟି

pc : third party
Spread the love

ସାବିତ୍ରୀ ଅମାବାସ୍ୟା ଛୁଟି ମେ ମାସ ୨୭ ତାରିଖ ପରିବର୍ତ୍ତେ
୨୬ ତାରିଖରେ ହେବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।

27 ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି।