ଭୁବନେଶ୍ୱର: ପାଣିପାଗ ପୂର୍ବାନୁମାନ, ଦକ୍ଷିଣ-ପଶ୍ଚିମ ମୌସୁମୀର ବାଟ ଅନୁକୂଳ ରହିଛି । ୨-୩ ଦିନ ଭିତରେ ମୌସୁମୀ କେରଳ ଛୁଇଁବ । ଓଡ଼ିଶା ପାଇଁ ବଡ଼ କଥା ହେଲା, ଆସନ୍ତା ୨୭ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି ଉତ୍ତର ବଙ୍ଗୋପସାଗରରେ । ଏହି ସମ୍ଭାବ୍ୟ ଲଘୁଚାପ ହିଁ ମୌସୁମୀକୁ ଓଡ଼ିଶାକୁ ଟାଣି ଆଣିପାରେ । ସମ୍ଭବତଃ ଚଳିତ ମେ ମାସର ଶେଷ କିମ୍ବା ଜୁନ୍ ପହିଲା ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ ।
୨୭ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପରବର୍ତ୍ତୀ ଦୁଇଦିନରେ ସାମାନ୍ୟ ଘନୀଭୂତ ବି ହୋଇପାରେ । ଏହା ପ୍ରଭାବରେ ୨୭ ଓ ୨୮ ତାରିଖରେ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।