ବରି ବିଧାୟିକା ସୁନନ୍ଦା ଦାସ କରୋନା ପଜିଟିଭ୍
Sep 1, 2020, 19:46 IST

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଦିନକୁ ଦିନ କାୟା ବିସ୍ତାର କରିଚାଲିଛି। ଏହିକ୍ରମରେ ବରି ବିଧାୟିକା ସୁନନ୍ଦା ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି।
ଟ୍ୱିଟରେ ସେ ଉଲ୍ଲେଖ କରିଛନ୍ତି, “ମୁଁ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏବେ ଘରେ ଅଛି ଏବଂ ମୋର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଗତ କିଛିଦିନ ମଧ୍ୟରେ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ମୁଁ କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି।”