ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଘଟଣା: ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବୁଧବାର ଅଗ୍ନିକାଣ୍ଡ ଘଟି ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ୩ ଗୁରୁତରଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଅନ୍ୟ ଦୁଇ ଜଣଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ପେଟ୍ରୋଲ ପମ୍ପ୍ ଅଗ୍ନିକାଣ୍ଡରେ ଆହତଙ୍କୁ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
ଏଥିସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପେଟ୍ରୋଲ ପମ୍ପରେ ଲାଗିଥିବା ନିଆଁ ଏବେ ନିୟନ୍ତ୍ରଣାଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ହୁତ ହୁତ ହୋଇ ନିଆଁ ଜଳୁଥିଲା। ଟାଙ୍କିରେ କୌଣସି କାରଣରୁ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଆଖପାଖ ଅଞ୍ଚଳ ଥରି ଉଠିଥିଲା।