କଥା ନୁହେଁ, କାମରେ ବିଶ୍ଵାସ: ନବୀନ ନିବାସରୁ ସିଧା ଶ୍ରୀକ୍ଷେତ୍ର ଯାଇ କଲେ ବିକାଶର ତଦାରଖ

ପୁରୀ: ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ଐତିହ କରିଡର କାମର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଆସିଥିଲେ। ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ସେ ବଡ଼ଦାଣ୍ଡର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ଶ୍ରୀମନ୍ଦିର ଚତୁଃପାର୍ଶ୍ଵର ହେରିଟେଜ୍ କରିଡର ମଧ୍ୟ ଅନୁଧ୍ୟାନ କରିଥିଲେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ପୋଲିସ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ପୋଲିସ ପକ୍ଷରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିଲା। ଶ୍ରୀମନ୍ଦିର ଚତୁଃପାର୍ଶ୍ଵକୁ ଡଗ୍ ସ୍କ୍ୱାଡ୍ ଓ ବମ୍ ସ୍କ୍ୱାଡ୍ ଦ୍ୱାରା ତନ୍ନ ତନ୍ନ କରି ଯାଞ୍ଚ କରାଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଆଜି ୫ଟି ସଚିବ ଭି.କେ.ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର, କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂ, ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ, ଏସପି ଅଖିଳେଶ୍ୱର ସିଂ ଏବଂ ଉପଜିଲ୍ଲାପାଳ ଭବତାରଣ ସାହୁ ଶ୍ରୀମନ୍ଦିର ଚାରିପଟ ସମୀକ୍ଷା କରିବା ସହ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିଲେ।