ବାଲେଶ୍ୱରରେ ବିକାଶର ଚିତ୍ର, ପହଞ୍ଚିଲେ ୫ଟି ସେକ୍ରେଟାରୀ ଆଣ୍ଡ କୋ

ବାଲେଶ୍ୱରରେ ବିକାଶର ଚିତ୍ର, ପହଞ୍ଚିଲେ ୫ଟି ସେକ୍ରେଟାରୀ ଆଣ୍ଡ କୋ

ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଦିନିକିଆ ବାଲେଶ୍ବର ଗସ୍ତରେ କରିଛନ୍ତି ସଚିବମାନେ ସକାଳ ୭ଟା ୪୦ମିନିଟ ସମୟରେ ହେଲିକପ୍ଟର ଯୋଗେ ବାଲେଶ୍ବର ସହରର ପୁଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇଥିଲେ। ୩ ସଚିବଙ୍କୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ାସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଥିଲେ । ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବା ସହ ସମସ୍ୟା ପଚାରି ବୁଝିଥିଲେ।

ଏହାପରେ ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫-ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିଥିଲେ। ସମୀକ୍ଷା ପରେ ୯ଟା ୩୦ ମିନିଟରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ । ସଚିବ ମାନଙ୍କ ଏଭଳି ମାରାଥନ ଗସ୍ତ ବାଲେଶ୍ୱର ବାସୀଙ୍କ ମନରେ ଅନେକ ଆଶା ସଞ୍ଚାର କରିଥିବା କହିଛନ୍ତି ଅଞ୍ଚଳବାସୀ।

Share this story