ସଜାଗ ରୁହନ୍ତୁ : ୧୧ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା

ସଜାଗ ରୁହନ୍ତୁ : ୧୧ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା

ରାଜ୍ୟର ପ୍ରାୟ ୧୧ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ସୂଚନାନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ଵର, ମୟୁରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ଗୁଡିକରେ ବିଭାଗ ପକ୍ଷରୁ ଦିନ ୧୦ ଟା ୩୦ ରୁ ମଧ୍ୟାହ୍ନ ୧.୩୦ ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Share this story