୧୧ ଜିଲ୍ଲାରେ ପ୍ରବଳ ବର୍ଷା

ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକାରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।
ଏହି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀରରେ ବର୍ଷା ହେବାର ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ସେପଟେ ୨୫ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ଆସୁଛି । ପଶ୍ଚିମ-ଉତର ପଶ୍ଚିମ ଦିଗରେ ଗତି କରି ୨୬ ତାରିଖ ବେଳକୁ ଓଡିଶା ଉପକୂଳରେ ପହଂଚିବ । ଏହାର ପ୍ରଭାବରେ ୨୬ରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଧିକ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୫ ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି ।