ନୂଆବର୍ଷରେ ବଡ଼ ଅଦଳବଦଳ : ଆର୍ ଭୀନିଲ କ୍ରିଷ୍ଣା ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

ନୂଆବର୍ଷରେ ବଡ଼ ଅଦଳବଦଳ : ଆର୍ ଭୀନିଲ କ୍ରିଷ୍ଣା ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ

ଆଇଏଏସ୍ ସ୍ତରରେ ବଡ଼ ଅଦଳବଦଳ ।  ଆର୍ ଭୀନିଲ କ୍ରିଷ୍ଣା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଏଥିସହ ୪ ଜିଲ୍ଲାପାଳଙ୍କର ବଦଳି ହୋଇଛି। କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ପୁରୀର ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଥିବା ବେଳେ ଅମ୍ରିତ ଋତୁରାଜ କେନ୍ଦ୍ରାପଡ଼ା ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଛନ୍ତି । ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କୁ ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ସରୋଜ ମିଶ୍ର ରାୟଗଡ଼ାର ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି।

ଏହାଛଡ଼ା ଅତିରିକ୍ତ ସଚିବ ପାରୁଲ ପଟୱାରୀଙ୍କୁ ପୂର୍ତ୍ତ ବିଭାଗର ଉପସଚିବ, ବିଶାଳ ସିଂହଙ୍କୁ ଯାଜପୁର ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ଆଇଏଏସ ପ୍ରମୋଦ ବେହେରାଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦିଆଯାଇଛି ।

Share this story