ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ କରୋନା ପଜିଟିଭ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ମିଳିଛି। ଏନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମୋର କୋଭିଡ଼ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡିବାରୁ କୋଭିଡ଼ ହସ୍ପିଟାଲରେ ଭର୍ତି ହୋଇଛି। ନିକଟ ଅତୀତରେ ମୋର ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ବିଶେଷ ନିଜ ନିଜର କୋଭିଡ଼ ଟେଷ୍ଟ କରାଇ ନେବାକୁ ଅନୁରୋଧ । ମୋର ଆରୋଗ୍ୟ କାମନା କରିଥିବା ସହୃଦୟ ବ୍ୟକ୍ତିବିଶେଷଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରୁଛି।
— Manas Mangaraj (@ManasMangaraj6) September 2, 2020
ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି, “ମୋର କୋଭିଡ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଛି। ନିକଟ ଅତୀତରେ ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ନିଜ ନିଜର କୋଭିଡ ଟେଷ୍ଟ କରାଇନେବାକୁ ଅନୁରୋଧ। ମୋର ଆରୋଗ୍ୟ କାମନା କରିଥିବା ସହୃଦୟ ବ୍ୟକ୍ତିବିଶେଷଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରୁଛି।”