ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୧ରୁ ବଢ଼ିବ ପ୍ରକୋପ

ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୧ରୁ ବଢ଼ିବ ପ୍ରକୋପ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ହେଲେ ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଥିବାରୁ ମୌସୁମୀ ଟ୍ରଫ ଲାଇନ ଏବେ ସକ୍ରିୟ ରହିବା ସହ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି।

ଲଘୁଚାପ ଦୁର୍ବଳ ହୋଇଯାଇଥିଲେ ହେଁ ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲାରେ ବର୍ଷାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟାରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଳଘୁଚାପ ପ୍ରଭାବରେ ୧୧ରୁ ବର୍ଷା ପ୍ରକୋପ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଆସନ୍ତା ୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୧୧ରୁ ୧୩ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି।

Share this story