ଧାମନଗର ପ୍ରତିଶୋଧ : ପ୍ରମିଳା, ପ୍ରଣବ ଓ ବ୍ୟୋମକେଶଙ୍କୁ ସାଇଡ଼ କଲେ ସୁପ୍ରିମୋ
ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି ଆଜି ଓଡିଶାରେ ଆଗାମୀ ପାଦାମପୁର ବାଇପୋଲ ପାଇଁ ତାରକା ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛନ୍ତି। ଉଭୟ ଶାସକ ଏବଂ ବିରୋଧୀ ଦଳ ସେମାନଙ୍କର ନେତାଙ୍କ ନାମ ରଖିଛନ୍ତି ଯେଉଁମାନେ ଡିସେମ୍ବର ୫ ରେ ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ ବାଇପୋଲ ପାଇଁ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରାଯାଇଛି । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାମ ରହିଛି।
ତେବେ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ, ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର , ପ୍ରତାପ ଜେନା ଓ ଡକ୍ଟର ଅରୁଣ ସାହୁଙ୍କ ଭଳି ବିବାଦରେ ଛନ୍ଦି ହୋଇଥିବା ନେତାଙ୍କୁ ସ୍ଥାନ ମିଳିଛି ।ତେଣେ ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ ଓ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ନାଆଁ ନାହିଁ। ଏହା ଚର୍ଚ୍ଚାର ବିଷୟ ହୋଇଛି। ଏଥିରେ ୩ ଜଣ ଅଭିନେତା ଥିବା ଜଣାଯାଇଛି। ଏହାଛଡ଼ା କେତେକ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ନେତାଙ୍କୁ ବି ଏଥିରେ ସ୍ଥାନ ଦିଆଯାଇଛି। ଏମାନେ ଦଳୀୟ ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ।
ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବ୍ୟତୀତ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରସନ୍ନ ଆଚାର୍ଯ୍ୟ, ଦେବୀପ୍ରସାଦ ମିଶ୍ର, ଶ୍ରୀମୟୀ ମିଶ୍ର, ସ୍ନେହାଙ୍ଗିନୀ ଛୁରିଆ,ସମୀରରଂଜନ ଦାଶ, ଦିବ୍ୟଶଙ୍କର ମିଶ୍ର ,, ଡକ୍ଟର ଅରୁଣ ସାହୁ, ପ୍ରତାପ କେଶରୀ ଦେବ,ଚନ୍ଦ୍ରସାରଥୀ ବେହେରା, ପ୍ରଦୀପ ମାଝି, ବିକ୍ରମ ପଣ୍ଡା, ଅଳକା ମହାନ୍ତି, ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀ, ବ୍ରଜ କିଶୋର ପ୍ରଧାନ, ରାଜେନ୍ଦ୍ର କୁମାର ସାହୁ,ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସୁଶାନ୍ତ ସିଂହ, ପ୍ରତାପ ଜେନା, ରାଜେନ୍ଦ୍ର ଢ଼ୋଲକିଆ,, ରବୀନ୍ଦ୍ର କୁମାର ଜେନା, ସୁଧୀର ସାମଲ, ସାରଦା ନାୟକ, ନବ ଦାସ, ପୁଷ୍ପେନ୍ଦ୍ର ସିଂଦେଓ, କଳିକେଶ ନାରାୟଣ ସିଂଦେଓ, ଟୁକୁନି ସାହୁ, ରୀତା ସାହୁ, ମନୋହର ରନ୍ଧାରୀ, ବିଭୂତି ବଳବନ୍ତରାୟ, ଦେବେଶ ଆଚାର୍ଯ୍ୟ, ରମେଶ ମାଝି, ପ୍ରଶାନ୍ତ ମୁଦୁଲି, ଆକାଶ ଦାସ ନାୟକ, ସତ୍ୟବ୍ରତ ତ୍ରିପାଠୀ ଓ ଅରିନ୍ଦମ ରାୟଙ୍କ ସମେତ ମୋଟ ୪୦ଜଣଙ୍କୁ ସାମିଲ କରାଯାଇଛି ।