ଧାମନଗର ଫଳାଫଳ ବାହାରିବା ପୂର୍ବରୁ ବାଜିଲା ପଦ୍ମପୁର ବିଗୁଲ, ଜାଣନ୍ତୁ କେବେ ଭୋଟ ଓ କେବେ ଫଳାଫଳ
ଭାରତର ନିର୍ବାଚନ କମିସନ ପଦ୍ମପୁର ଉପନିର୍ବାଚନ ଲାଗି ଭୋଟ୍ ଗ୍ରହଣର ତାରିଖ ଘୋଷଣା କରିଛନ୍ତି। ଡିସେମ୍ବର ୫ରେ ହେବ ପଦ୍ମପୁର ଉପନିର୍ବାଚନ । ଏହି ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର । ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ପରଲୋକ ହେବା ପରେ ଖାଲି ପଡ଼ିଥିବା ପଦ୍ମପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଶନିବାର ଦିନ ଭାରତ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିଛନ୍ତି।
ଖବର ଅନୁଯାୟୀ, ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ହେବାକୁ ଯାଉଛି । ଏଥିଲାଗି ନଭେମ୍ବର ୧୦ରେ ପ୍ରକାଶ ପାଇଁ ବିଧିବଦ୍ଧ ବିଜ୍ଞପ୍ତି । ଏହାପରେ ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ ହୋଇଥିବା ବେଳେ ସେହି ଦିନ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ପରେ ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ। ବିଜେଡି ବିଧାୟକ ବିଜୟରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି ।
ସୂଚନାଯୋଗ୍ୟ, ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ତାରିଖରେ ପରଲୋକ ହେବା ପରେ ଓଡ଼ିଶା ବିଧାନସଭାରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହେବା ସଂକ୍ରାନ୍ତରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ବିଜ୍ଞପ୍ତି ଜାରି କରିଥିଲେ। ଏହା ଓଡ଼ିଶା ଗେଜେଟ୍ରେ ପ୍ରକାଶ ପାଇଥିଲା।